spot_img

ରାଜ୍ୟରେ କାଳବୈଶାଖୀ ସହ ବଜ୍ରପାତ ସମ୍ଭାବନା

ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହିତ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ । ଉତ୍ତର ଉପକୂଳ ଓଡ଼ିଶା ସମେତ ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର, ନୟାଗଡ଼, ବୌଦ୍ଧ ଓ କନ୍ଧମାଳ ଆଦି ସ୍ଥାନାରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ମାଲକାନଗିରି ଓ କୋରାପୁଟ ଆଦି ସ୍ଥାନରେ କୁହୁଡ଼ି ବି ହୋଇପାରେ ।

 

 

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular