ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆଜି ଉତ୍ତର ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପକ ସୃଷ୍ଟି ହେଉଛି । ଏହାର ପ୍ରଭାବରେ ଆଜି ଠାରୁ ତିନି ଦିନ ଧରି ରାଜ୍ୟରେ ବର୍ଷା ହେବା ସମ୍ଭାବନା ରହିଛି । ଏହି ସମୟରେ ଘଣ୍ଟାପ୍ରତି ୪୦ ରୁ ୫୦ କିମି ବେଗରେ ପବନ ବହିପାରେ । ଲଘୁଚାପ ଯୋଗୁ ରାଜ୍ୟର ସମସ୍ତ ଜିଲ୍ଳାରେ ପ୍ରବଳ ବର୍ଷା ହୋଇପାରେ । କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, କେରାପୁଟ, ଗଜପତି, ରାୟଗଡା, ମାଲକାନଗିରି, ଗଞ୍ଜାମ, ବଲାଙ୍ଗୀର ଓ ବରଗଡ ଆଦି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୦ ତାରିଖ ଦିନ ୭ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏହି ସବୁ ଜିଲ୍ଲାଗୁଡିକ ହେଲା ମାଲକାନଗିରି, କୋରାପୁଟ, ବଲାଙ୍ଗୀର, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଓ ନୂଆପଡା । ଏଥିସହ କଳାହାଣ୍ଡି, ନବରଙ୍ଗପୁର , କେରାପୁଟ, ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏହି ୭ଟି ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୧ ତାରିଖ ଦିନ ମାଲାକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୧୨ ତାରିଖ ରେ ମଧ୍ୟ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ମତ୍ସଜୀବୀ ମାନଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0