spot_img

ଆସୁଛି ଆଉ ଏକ ଲଘୁଚାପ, ୫ଟି ଜିଲ୍ଳାକୁ ରେଡ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଉତ୍ତର ଆଭ୍ୟନ୍ତରୀଣ ଓଡିଶା ଓ ଏହାର ସଂଲଗ୍ନରେ ରହିଥିବା ଲଘୁଚାପ ଧୀରେ ଧୀରେ ଦକ୍ଷିଣ-ପଶ୍ଚିମ ମୁହାଁ ହୋଇଛି । ଆସନ୍ତା ୨୩ ତାରିଖରେ ବଙ୍ଗୋପସାଗରର ଉତ୍ତର ପଶ୍ଚିମ ଦିଗରେ ଆଉ ଏକ ଲଘୁଚାପ ସୃଷ୍ଟି ହେଉଛି । ଏହାର ପ୍ରଭାବରେ କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ସୁନ୍ଦରଗଡ, ଓ ଦେବଗଡ ,ଏହି ୫ଟି ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ୨୪ ତାରିଖରେ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, କଟକ, ମାଲକାନଗିରିରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୨୩ ତାରିଖରେ ଲଘୁଚାପ ସୃଷ୍ଟି ହେଉଥିବାରୁ ଆସନ୍ତା ୨୪ ଓ ୨୫ ତାରିଖରେ ଏହାର ପ୍ରଭାବ ଅଧିକ ପଡିବ ବୋଲି ସ୍ୱତନ୍ତ୍ର ରିଲିଫ କମିସନର ପ୍ରଦୀପ କୁମାର ଜେନା ସବୁ ଜିଲ୍ଳାପାଳଙ୍କୁ ସତର୍କ କରାଇଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular