ଭୁବନେଶ୍ୱର : ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସମୁଦ୍ର ପତ୍ତନଠାରୁ ୩.୧ କିମି ଉଚ୍ଚତାରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆନ୍ଧ୍ରପ୍ରଦେଶ ଉପକୂଳ ପର୍ୟ୍ୟନ୍ତ ଲମ୍ବିଛି। ଆସନ୍ତାକାଲି ଏହା ଲଘୁଚାପର ରୂପ ନେବ। ଏହା ପ୍ରଭାବରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା ଓ ଗଜପତି ଭଳି ଦକ୍ଷିଣ ସୀମାନ୍ତ ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଣୁ ଏହିସବୁ ଜିଲ୍ଲାଗୁଡ଼ିକ ପାଇଁ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୪ ତାରିଖ ଦିନ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ବିଶେଷ ବର୍ଷାର ସମ୍ଭାବନା ରହିଛି। ବାକି ସ୍ଥାନରେ ବର୍ଷା କମ୍ ରହିବ। କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ହାଲୁକାରୁ ସ୍ବଳ୍ପ ବର୍ଷା ହେବ। ଏହିଦିନ ମଧ୍ୟ ମାଲକାନଗିରି, କୋରାପୁଟ, କଳାହାଣ୍ଡି ଓ ନୂଆପଡ଼ାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। କିନ୍ତୁ ୧୩ ତାରିଖଠାରୁ ବର୍ଷାର ପରିମାଣ କମ୍ ରହିବ। ୧୫ ଓ ୧୬ତାରିଖ ଆଡ଼କୁ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ୧୩ ତାରିଖ ବଦଳରେ ୧୪ ତାରିଖ ଦିନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି ହେବ।



Visitors Today : 1
Total Visitors : 130423
Total Views : 9891953
Visitors Online Now : 0