spot_img

ରାଜ୍ୟରେ ପ୍ରବଳ ବର୍ଷା, ୭ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଉତ୍ତର – ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୧୪ ତାରିଖ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୧୧ ତାରିଖ ଯାଏ ରାଜ୍ୟରେ ୭ଟି ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡିକ ହେଲା ମାଲକାନଗିରି , କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଗଜପତି, ରାୟଗଡା, ଓ ବଲାଙ୍ଗୀର । ୧୦ ତାରିଖ ଦିନ ଲଘୁଚାପର ପ୍ରଭାବ ଅଧିକ ରହିବ । ଏଥିସହ କନ୍ଧମାଳ, ବୌଦ୍ଧ, ନୟାଗଡ, ଓ ନୂଆପଡାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୧ ତାରିଖରେ ବରଗଡ. ନୂଆପଡା, ବଲାଙ୍ଗୀର, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ଓ କୋରାପୁଟ, ଏବଂ ୧୨ ତାରିଖ ଦିନ ସମ୍ବଲପୁର, ସୁନ୍ଦରଗଡ, ବରଗଡ, ଝାରସୁଗୁଡା, ଦେବଗଡ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଳାହାଣ୍ଡି ଓ କନ୍ଧମାଳ ଏବଂ ୧୩ ତାରିଖରେ ଝାରସୁଗୁଡା, ବରଗଡ, ସୋନପୁର, ସମ୍ବଲପୁର, ନୂଆପଡା, ନବରଙ୍ଗପୁର, ଦେବଗଡରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ତିନି ଦିଦ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷାର ପ୍ରଭାବରେ ତଳିଆ ଅଞ୍ଚଳରେ ଜଳ ନିଷ୍କାସନ ସମସ୍ୟା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular