ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ଗତକାଲିଠାରୁ ରାଜ୍ୟରେ ବର୍ଷା ଜାରି ରହିଛି। ଆଉ ୪ ଦିନ ଏମିତି ପାଗ ଲାଗି ରହିବ। ଆଜି ଠାରୁ ବର୍ଷାର ପରିମାଣ ବଢ଼ିବ ଓ ରାଜ୍ୟର ୧୨ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଜିଲ୍ଲାଗୁଡ଼ିକ ହେଲା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବରଗଡ଼, ବୌଦ୍ଧ, ଗଞ୍ଜାମ, ପୁରୀ, ସୋନପୁର, ନୟାଗଡ଼, ରାୟଗଡ଼ା, କେନ୍ଦୁଝର ଓ ମୟୂରଭଞ୍ଜ। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୪, ୫ ଓ ୬ ତାରିଖରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଣୁ ଏହି ତିନି ଦିନ ପାଇଁ କିଛି କିଛି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅପରପକ୍ଷେ ମଝିରେ ମଝିରେ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହି ଥିବାରୁ ସମୁଦ୍ର ଭିତରକୁ ନ ଯିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି।



Visitors Today : 3
Total Visitors : 130213
Total Views : 9891684
Visitors Online Now : 0