spot_img

ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା!

ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଆନ୍ଧ୍ରପ୍ରଦେଶ ଉପକୂଳରେ ଆସନ୍ତା ୧୩ ତାରିଖ ଦିନ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି । ଆଗାମୀ ୩ ଦିନ ମଧ୍ୟରେ ଓଡ଼ିଶାର ଦକ୍ଷିଣ ଓ ପଶ୍ଚିମ ସୀମାନ୍ତରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷ ଭାବେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ଗଜପତି ଜିଲ୍ଳାର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଅଛି । ଏଣୁ ଏନେଇ ପ୍ରସ୍ତୁତି ରହିବାକୁ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ଜିଲ୍ଲାପାଳଙ୍କୁ ନିଦେ୍ର୍ଦଶ ଦେଇଛନ୍ତି ।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିଦେ୍ର୍ଦଶକ ଏଚ୍ ଆର ବିଶ୍ୱାସଙ୍କ କହିବାନୁଯାୟୀ, ଲଘୁଚାପ ଯୋଗୁଁ ଆସନ୍ତାକାଲିଠାରୁ ହିଁ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ଆରମ୍ଭ ହୋଇଯିବ ।
ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକଙ୍କ କହିବାନୁସାରେ, ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ମଧ୍ୟରେ ଆସନ୍ତା ୧୩ ତାରିଖରେ ଏକ ଘୂର୍ଣ୍ଣିବଳୟ ଏବଂ ୧୪ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବ । ଲଘୁଚାପ ପ୍ରଭାବରୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular