ଭୁବନେଶ୍ୱର:ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ଲଗାଣ ବର୍ଷା । ଆଜି ଢ଼େଙ୍କାନାଳ, କେନ୍ଦୁଝର, କଟକ, ଖୋର୍ଦ୍ଧା ଓ ପୁରୀ ଜିଲ୍ଳାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ପାଞ୍ଚଟି ଜିଲ୍ଲାରେ ରେଡ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ଗଞ୍ଜାମ, ନୟାଗଡ, ଦେବଗଡ ଓ ଅନୁଗୁଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହାର ପ୍ରଭାବରେ ତଳିଆ ଅଂଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି । ମାଟି ଘର ଭାଙ୍ଗିବା ସହ ରାସ୍ତା ଧୋଇଯିବାର ଆଶଙ୍କା ଥିବାରୁ ସମ୍ପୃକ୍ତ ଜିଲ୍ଳାର ଜିଲ୍ଳାପାଳମାନେ ପଦକ୍ଷେପ ନେବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ବର୍ଷା ଯୋଗୁଁ ଗଞ୍ଜାମର ଋଷିକୁଲ୍ୟା ନଦୀରେ ଜଳସ୍ତର ବଢିଛି । ତେବେ ଏହି ପରିସ୍ଥିତରେ ସତର୍କ ରହିବାକୁ ନିଦେ୍ର୍ଦଶ ଦିଆଯାଇଛି ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0