ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ ଊର୍ଧ୍ବ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ବଲାଙ୍ଗୀର, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ ଓ ମାଲକାନଗିରି ଆଦି ରହିଛି। ଏହି ଜିଲ୍ଲାଗୁଡ଼ିକର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି। ଏଥିସହିତ ସେପ୍ଟେମ୍ବର ୨୦ରୁ ୨୧ ତାରିଖ ମଧ୍ୟରେ ଉତ୍ତର ଓଡ଼ିଶା ସମେତ ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, କୋରାପୁଟ, ମାଲକାନଗିରି ବ୍ୟତୀତ କିଛି ସ୍ଥାନରେ ହାଲୁକା ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି।
ସେହିପରି ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, ସୁବର୍ଣ୍ଣପୁର, ସମ୍ବଲପୁର ଓ ଦେବଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉକ୍ତ ଜିଲ୍ଲାଗୁଡ଼ିକୁ ବି ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଯାବତ ପୁରୀରେ ୩୪.୬ ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ରହିଥିବା ବେଳେ ଟିଟଲାଗଡ଼ରେ ସର୍ବନିମ୍ନ ୨୧.୮ ଡିଗ୍ରି ସେଲସିୟସ ତାପମାତ୍ରା ରହିଛି। ଏହାପରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି କୁହାଯାଉଛି।



Visitors Today : 0
Total Visitors : 130302
Total Views : 9891805
Visitors Online Now : 0