ଭୁବନେଶ୍ୱର: ବଙ୍ଗୋପସାଗରର ପଶ୍ଚିମ କେନ୍ଦ୍ରୀୟ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଗତ ୬ ଘଣ୍ଟା ଧରି ଘଣ୍ଟାପ୍ରତି ୩ କିଲୋମିଟର ବେଗରେ ସମୁଦ୍ର ଉପରେ ପଶ୍ଚିମ- ପଶ୍ଚିମ ଦିଗକୁ ଗତି କରୁଛି। ଏହା ବିଶାଖାପାଟନମ ଠାରୁ ଦକ୍ଷିଣ-ପୂର୍ବ ଦିଗରେ ପ୍ରାୟ ୨୮୦ କିଲୋମିଟର ଦୂରରେ ଦୂରରେ ଅବସ୍ଥିତ ରହିଛି। ଆଗାମୀ ୧୨ ଘଣ୍ଟା ମଧ୍ୟରେ ଏହା ଏକ ଗଭୀର ଅବପାତରେ ପରିଣତ ହେବା ସହ ଆହୁରି ତୀବ୍ର ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଉପକୂଳ ଓଡିଶା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟାଗଡା ଏବଂ ଓଡିଶାର ଅବଶିଷ୍ଟ ଜିଲ୍ଲାମାନଙ୍କର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। ଏହି ସମୟ ମଧ୍ୟରେ କୋରାପୁଟ, ରାୟଗଡା, ମାଲକାନଗିରି, ଗଜପତି ଏବଂ ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ନବରଙ୍ଗପୁର, କନ୍ଧମାଳ, ପୁରୀ ଏବଂ ଖୋର୍ଧା ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୧୪ ତାରିଖ ମଧ୍ୟାହ୍ନ ସୁଦ୍ଧା ଦକ୍ଷିଣ ଓଡ଼ିଶା, ଉତ୍ତର ଉପକୂଳ ଓଡିଶା ଏବଂ ଉତ୍ତର ଆଭ୍ୟନ୍ତରୀଣ ଓଡିଶାର କିଛି ଜିଲ୍ଲାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। ଏହି ସମୟ ମଧ୍ୟରେ ମାଲକାନଗିରି, ରାୟଗଡା, କୋରାପୁଟ, ନବରଙ୍ଗପୁର, ଗଜପତି ଗଞ୍ଜାମ, ପୁରୀ ଏବଂ ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଘଣ୍ଟାପ୍ରତି ୪୫- ୫୫ କିଲୋମିଟର ବେଗରେ ପବନ ବୋହିବା ସହ ସମୁଦ୍ର ଜୁଆରିଆ ରହିବ। ତେଣୁ, ୧୩ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନଯିବା ପାଇଁ ଧୀବରମାନଙ୍କୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।



Visitors Today : 1
Total Visitors : 130423
Total Views : 9891953
Visitors Online Now : 0