spot_img

ଭଦ୍ରକ ଜିଲ୍ଲାରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୮ ବଖରା ଘର

ଭଦ୍ରକ : ଭଦ୍ରକ ଜିଲ୍ଲା ବନ୍ତ ବ୍ଲକ ପାଟଣା ଗ୍ରାମରେ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ୪ଟି ପରିବାରର ୮ ବଖରା ଘର ଭସ୍ମୀଭୂତ ହୋଇଯାଇଛି । ଭଣ୍ଡାରିପୋଖରୀ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ସୂଚନା ମିଳିଛି । ଗାଁର ପବିତ୍ର ମୋହନ ଜେନା, ପ୍ରଦୀପ ଜେନା, ଚିତ୍ତରଞ୍ଜନ ଦାସ ଓ ପ୍ରମୋଦ ଦାସଙ୍କ ଘର ସମ୍ପୂର୍ଣ୍ମ ଭସ୍ମୀଭୂତ ହୋଇଯାଇଛି ।

ତେବେ କୌଣସି କାରଣରୁ ଅଗ୍ନିକାଣ୍ଡ ହେବାରୁ ୮ ବଖରା ଘର ସମ୍ପୂର୍ଣ୍ଣ ନଷ୍ଟ ହୋଇଯିବା ସହ ଘରର ସମସ୍ତ ଘରକରଣା ଜିନିଷ, ଧାନ ଚାଉଳ, ଆସବାବପତ୍ର ପୋଡି ପାଉଁଶ ହୋଇଯାଇଛି । ନିଆଁ ଲାଗିଥିବା ଖବର ପାଇ ଭଣ୍ଡାରିପୋଖରୀରୁ ଦମକଳ ବାହିନୀ ଆସି ସଙ୍ଗେ ସଙ୍ଗେ ନିଆଁକୁ ଆୟତ୍ତ କରିବାରେ ସକ୍ଷମ ହୋଇଥିଲେ ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular