spot_img

ମିଳିଲାନି ଜାମିନ, ପୁଣି ଜେଲ୍ ଗଲେ ବାପପୁଅ

ଭୁବନେଶ୍ବର: କୋଟିପତି ଆଇଏଫଏସ ଅଭୟକାନ୍ତ ପାଠକ ଓ ପୁଅ ଆକାଶ ପାଠକଙ୍କୁ ଜାମିନ ମିଳିଲା ନାହିଁ। ଭୁବନେଶ୍ବର ସ୍କାଏକିଙ୍ଗ ଟ୍ରାଭେଲ୍ ଏଜେନ୍ସିର ୬୫ ଲକ୍ଷ ଟଙ୍କା ଠକେଇ ମାମଲାରେ ଅତିରିକ୍ତ ଜିଲ୍ଲା ଜଜଙ୍କ କୋର୍ଟ ଆଜି ଉଭୟଙ୍କ ଜାମିନ ଆବେଦନ ଖାରଜ କରିଥିବା ଜଣାଯାଇଛି। ଏହାପରେ ଉଭୟଙ୍କୁ ଝାରପଡ଼ା ଜେଲକୁ ପଠାଯାଇଛି। ସେପଟେ ଆଜି ଅଭୟକାନ୍ତ ପାଠକଙ୍କ ରିମାଣ୍ଡ ଅବଧି ସରିଛି। କୋର୍ଟରେ ହାଜର ପରେ ତାଙ୍କୁ ଜେଲ ପଠାଇ ଦିଆଯାଇଛି। କମିସନରେଟ ପୁଲିସ ଅଭୟକାନ୍ତଙ୍କୁ୨ ଦିନିଆ ରିମାଣ୍ଡରେ ନେଇ ମାରାଥନ ଜେରା କରିଥିଲା। ଏହି ସମୟରେ ସେ ଅନେକ ସତ ଓଗାଳିଥିବା ବିଶ୍ବସ୍ତ ସୂତ୍ରରୁ ଜଣାପଡ଼ିଛି। ସୂତ୍ର ଅନୁସାରେ, ଆକାଶ ପାଠକ ଟାଟା ଗ୍ରୁପର ଏମଡି ନୁହନ୍ତି । ପୁଅକୁ ଟାଟାର ନକଲି ଏମଡି ହେବାକୁ ସେ କହିଥିଲେ ବୋଲି ଜେରା ବେଳେ ସତ ଓଗାଳିଥିବା ସୂଚନା ମିଳିଛି। ଅଭୟଙ୍କ ଟଙ୍କାରେ ପୁଅ ଆକାଶ ପାଠକ ଅୟସ କରୁଥିଲେ। ଅଭୟଙ୍କ ଟଙ୍କାରେ ବୁକିଂ ହୋଇଥିଲା ହୋଟେଲ ଓ ଫ୍ଲାଇଟ୍। ସ୍କାଏକିଙ୍ଗ୍ ଠକେଇ ମାମଲାରେ ଅଭୟକାନ୍ତ ପାଠକଙ୍କୁ ୨ ଦିନିଆ ରିମାଣ୍ଡରେ ନେଇଥିଲା କମିସନରେଟ୍ ପୁଲିସ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular