ଆଉ ନାହାନ୍ତି ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ନନ୍ଦ ପୃଷ୍ଟି ସାର | ୧୦୪ ବର୍ଷ ବୟସରେ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଛି । କିଛିଦିନ ଧରି ସେ କରୋନାରେ ଆକ୍ରାନ୍ତ ହୋଇ କଳିଙ୍ଗନଗର ଡୁବୁରୀ ସ୍ଥିତ ଘରୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ । ପରେ ତାଙ୍କ ସ୍ଵାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱର ସ୍ଥାନ୍ତାନ୍ତର ହୋଇଥିଲେ । କିଛି ଦିନ ତଳେ ନନ୍ଦ ସାର ଅସୁସ୍ଥ ଅନୁଭବ କରି ତଳେ ପଡ଼ି ଯାଇଥିଲେ । ଏହା ପରେ ତାଙ୍କୁ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସୂଚନାଯୋଗ୍ୟ ଯେ ଗତ ନଭେମ୍ବର 9 ତାରିଖରେ ସେ ନୂଆଦିଲ୍ଲୀରେ ରାଷ୍ଟ୍ରପତିଙ୍କ ଦ୍ୱାରା ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହୋଇଥିଲେ । ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଳକ୍ର କନ୍ତିରା ଗାଁର ବାସିନ୍ଦା ନନ୍ଦ ସାର୍ ୭୫ ବର୍ଷ ହେଲାଣି ଗାଁ ଛୁଆଙ୍କୁ ପାଠପଢ଼ାଇ ଆସୁଥିଲେ । ତେବେ ଏଥିପାଇଁ ସେ କୌଣସି ପାରିଶ୍ରମିକ ନେଉନଥିଲେ ।



Visitors Today : 0
Total Visitors : 130166
Total Views : 9891611
Visitors Online Now : 0