କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୪,୩୧୩ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୮୧ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୩୯,୮୫,୯୨୦ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୧୮୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୦,୯୬୩ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୬,୫୭୯ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୩,୨୦,୦୫୭।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୧୪,୯୦୦। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୯୫,୮୯,୭୮,୦୪୯ହିତାଧିକାରୀଙ୍କୁ ଟିକା ଦିଆଯାଇଛି।



Visitors Today : 1
Total Visitors : 130301
Total Views : 9891804
Visitors Online Now : 0