ଦେଶରେ କରୋନା ସଂକ୍ରମଣ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି । ଦେଶରେ ଗତ ୨୪ ଘଣ୍ଟାରେ ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ପାର୍ କରିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟାରେ ଦେଶରେ ୧ଲକ୍ଷ ୩ ହଜାର ୫୫୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିଭଳି ୪୭୮ଜଣଙ୍କର ମୃତୁ୍ୟ ହୋଇଥିବା ସୂଚନା ମିଳିଛି । ବର୍ତ୍ତମାନ ଦେଶରେ ମୋଟ ୭ ଲକ୍ଷ ୪୧ ହଜାର ୮୩୦ଟି ମାମଲା ସକ୍ରିୟ ରହିଛି । ଅନ୍ୟପଟେ ୧ କୋଟି ୧୬ ଲକ୍ଷ ୮୨ ହଜାର ୧୩୬ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଅନ୍ୟପଟେ ଗତକାଲି ସଂଧ୍ୟା ସୁଦ୍ଧା ଦେଶରେ ମୋଟ ୭ କୋଟି ୯୧ ଲକ୍ଷ ୫ ହଜାର ୧୬୩ ଜଣ ଟିକା ନେଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0