spot_img

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩୦ ହଜାରରୁ ଅଧିକ କରୋନା ପଜିଟିଭ୍

ନୂଆଦିଲ୍ଲୀ, ୨୦।୦୯ :ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ନେଉନାହିଁ। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ  ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୯୬ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୦୨୫୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୨୯୬ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩୪ ଲକ୍ଷ ୭୮ ହଜାର ୪୧୯ରେ ପହଞ୍ଚିଛି।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୫ ହଜାର ୧୩୩ରେ ପହଞ୍ଚିଛି। ଏବେ ଦେଶରେ ୩୧୮୧୮୧ ସକ୍ରିୟ ମାମଲା ରହିଛି ।ସେହିପରି ୩୨୭୧୫୧୦୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular