ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୩୦ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୪ ଶହରୁ କମ୍ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ମଙ୍ଗଳବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୦,୯୪୧ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୫୦ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୨୭,୬୮,୮୦୦ ଓ ମୃତ୍ୟୁସଂଖ୍ୟା ୪,୩୮,୫୬୦ରେ ପହଞ୍ଚିଛି।
ଗତ ୨୪ ଘଣ୍ଟା ମଧ୍ୟରେ କେରଳରେ ସର୍ବାଧିକ ୧୩୨ଜଣଙ୍କର କୋଭିଡ୍-୧୯ ସଂକ୍ରମଣଜନିତ ମୃତ୍ୟୁ ଘଟିଥିବା ବେଳେ ଓଡ଼ିଶାରେ ୬୭ଜଣଙ୍କର ମୃତ୍ୟୁ ଘଟିଛି। ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୬,୨୭୫ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୧୯,୫୯,୬୮୦ରେ ପହଞ୍ଚିଛି।ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୭୦,୬୪୦।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୬୪,୦୫,୨୮,୬୪୪ ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତକାଲି ୫୯,୬୨,୨୮୬ଜଣଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅଗଷ୍ଟ ୩୦ ତାରିଖ ସୁଦ୍ଧା ସମୁଦାୟ ୫୨,୧୫,୪୧,୦୯୮ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୩,୯୪,୫୭୩ଟି ନମୁନା।



Visitors Today : 1
Total Visitors : 130423
Total Views : 9891953
Visitors Online Now : 0