ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୨ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୩ ଶହରୁ ସାମାନ୍ୟ ଅଧିକ ରହିଛି।କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୨,୬୧୮ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୩୦ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୨୯,୪୫,୯୦୭ ଓ ମୃତ୍ୟୁସଂଖ୍ୟା ୪,୪୦,୨୨୫ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୬,୩୮୫ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୨୧,୦୦,୦୦୧ରେ ପହଞ୍ଚିଛି।ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪,୦୫,୬୮୧।କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୬୭,୭୨,୧୧,୨୦୫ ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତକାଲି ୫୮,୮୫,୬୮୭ଜଣଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୩ ତାରିଖ ସୁଦ୍ଧା ସମୁଦାୟ ୫୨,୮୨,୪୦,୦୩୮ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୭,୦୪,୯୭୦ଟି ନମୁନା।



Visitors Today : 1
Total Visitors : 130301
Total Views : 9891804
Visitors Online Now : 0