spot_img

ଡିଆରଡିଓ ପକ୍ଷରୁ ‘ଅଭ୍ୟାସ’ର ସଫଳ ପରୀକ୍ଷଣ

ବାଲେଶ୍ୱର: ଆଇଟିଆରରୁ ‘ଅଭ୍ୟାସ’ ବିମାନର ସଫଳ ପରୀକ୍ଷଣ । ଓଡିଶାର ବାଲେଶ୍ୱରସ୍ଥିତ ଆଇଟିଆରରୁ ଏହି ପରୀକ୍ଷା ସଫଳତାର ସହ କରାଯାଇଛି । ପରୀକ୍ଷା ସମୟରେ ଦୁଇଟି ପରୀକ୍ଷାମୂଳକ ଯାନକୁ ସଫଳତାର ସହିତ ଉଡ଼ାଯାଇଥିଲା । ଏହି ଯାନ ବିଭିନ୍ନ କ୍ଷେପଣାସ୍ତ୍ର ପଦ୍ଧତିର ମୂଲ୍ୟାୟନ ପାଇଁ ଲକ୍ଷ୍ୟ ଭାବେ ବ୍ୟବହାର କରାଯାଇଥାଏ । ଡିଆରଡିଓର ବିମାନ ବିକାଶ ପ୍ରତିଷ୍ଠାନ (ଏଡିଇ) ପକ୍ଷରୁ ଅଭ୍ୟାସର ପରିପାଟି ବିକଶିତ ହୋଇଛି । ଏହି ବାୟୁ ଯାନ ଦୁଇଟି ଅଣ୍ଡର ସ୍ଲଙ୍ଗ ବୁଷ୍ଟର ସାହାଯ୍ୟରେ ଛଡା ଯାଇଥାଏ । ଗ୍ରାଉଣ୍ଡ କଣ୍ଟ୍ରୋଲ ଷ୍ଟେସନରୁ ଲାପଟପ ଜରିଆରେ ଏହି ବାୟୁ ଯାନର ଗତିବିଧି ଓ କାର୍ୟ୍ୟକଳାପକୁ ନିୟନ୍ତ୍ରଣ କରାଯାଇଥାଏ ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular