ଜାମ୍ମୁକାଶ୍ମୀର: ଜାମ୍ମୁକାଶ୍ମୀରର ଶୋପିଆନରେ ସୁରକ୍ଷାକର୍ମୀଙ୍କ ଗୁଳିରେ ପ୍ରାଣ ହରାଇଛନ୍ତି ୨ ଆତଙ୍କବାଦୀ ନିହତ ହୋଇଛନ୍ତି । ସୂଚନା ଅନୁସାରେ, ଶୋପିଆନର କୁଟପୋରା ଅଞ୍ଚଳରେ ଆତଙ୍କବାଦୀ ମାନେ ଲୁଚି ରହିଥିବା ନେଇବିଶେଷ ସୂତ୍ରରୁ ଖବର ପାଇଥିଲେ ସୁରକ୍ଷାକର୍ମୀ । ଖବରପାଇ ସିଆପିଏଫର ଏକ ଦଳ, ପୁଲିସ ଉକ୍ତ ଅଞ୍ଚଳରେ ତଲାସି ଆରମ୍ଭ କରିଥିଲେ । ଏହା ଜାଣି ଆତଙ୍ଗବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳିଚାଳନା କରିଥିଲେ । ତେବେ ସୁରକ୍ଷାକର୍ମୀଙ୍କ ଜବାବ ଗୁଳିରେ ୨ ଆତଙ୍କବାଦୀ ନିହତ ହୋଇଥିଲେ ।



Visitors Today : 3
Total Visitors : 130429
Total Views : 9891960
Visitors Online Now : 0