ଢେଙ୍କାନାଳ ଓ ବରଗଡ଼ ଜିଲ୍ଲାର ୨ଟି ସ୍କୁଲର ୩୪ ପିଲା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ପଞ୍ଚାୟତ କାନପୁରା ହାଇସ୍କୁଲର ସମୁଦାୟ ୨୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସ୍କୁଲର କେବଳ ୧୪ ପିଲା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୫ ଶିକ୍ଷକ ଓ ଜଣେ ପିଅନ ପଜିଟିଭ ଚିହ୍ନଟ ହୋଇଛନ୍ତି। ହେଲେ ସ୍କୁଲ ଖୋଲାଯିବା ଦିନଠୁ ସଂକ୍ରମଣ ବଢ଼ିବ ବୋଲି ଆଶଙ୍କା ଥିବା କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି, ଯେଉଁମାନଙ୍କର ଲକ୍ଷଣ ଅଛି ସେମାନେ ଘରେ ରୁହନ୍ତୁ। ଅଭିଭାବକ ସେମାନଙ୍କ ଯତ୍ନ ନିଅନ୍ତୁ। ସବୁବେଳେ ଆମ ଉପରେ ବିପଦ ରହିଛି। ତେଣୁ ଆମେ କରୋନା କଟକଣାକୁ କଡ଼ାକଡ଼ି ଭାବେ ପାଳନ କରିବା ଦରକାର।
ଅଧିକାଂଶ ପିଲା ମାଇଲ୍ଡ ସଂକ୍ରମିତ, ଟ୍ୱିନ୍ସିଟିରେ ଆର୍ ଭ୍ୟାଲୁ ୧ ପ୍ରତିଶତ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ। ପିଲାଙ୍କୁ ସୁରକ୍ଷିତ ରଖିବା ନିମନ୍ତେ ପ୍ରାଥମିକ ଦାୟିତ୍ୱ ହେଉଛି ଅଭିଭାବକଙ୍କର। ସେମାନେ କିଛି ଲୁଚାଇବା କଥା ନୁହେଁ। ପିଲାଙ୍କ କାଶ, କଫ, ଥଣ୍ଡା ହେଲେ ତୁରନ୍ତ ଜଣାନ୍ତୁ। ଏହାପରେ ରାଜ୍ୟ ସରକାରଙ୍କ ପକ୍ଷରୁ ତୁରନ୍ତ ପଦକ୍ଷେପ ଗ୍ରହଣ କରାଯିବ। ସାମାଜିକ ଦୂରତା ରକ୍ଷା କରିବା, ମାସ୍କ ପିନ୍ଧିବାକୁ ସବୁବେଳେ ଚେତାଇ ଦେବା ଉଚିତ। ପରିସ୍ଥିତି ବିଗିଡ଼ିଲେ ସ୍କୁଲ ବନ୍ଦ ହେବ। ପିଲାଙ୍କ ଭବିଷ୍ୟତ ପାଇଁ ଅଭିଭାବକ ଓ ଶିକ୍ଷକ ଯତ୍ନବାନ ହେବା ଉଚିତ। ଏଥିସହ ସେ କହିଛନ୍ତି, ପିଲାଙ୍କୁ ସୁରକ୍ଷିତ ରଖିବା ନିମନ୍ତେ ପ୍ରାଥମିକ ଦାୟିତ୍ୱ ହେଉଛି ଅଭିଭାବକଙ୍କର।



Visitors Today : 1
Total Visitors : 130301
Total Views : 9891804
Visitors Online Now : 0