ଭାରତରେ ଅନ୍ତର୍ଜାତୀୟ ବିମାନ ସେବା ଡିସେମ୍ବର ୧୫ ତାରିଖରୁ ଆରମ୍ଭ ହେବନାହିଁ। ଏଭିଏସନ ରେଗୁଲେଟର ଡିଜିସିଏ କହିଛି ଯେ ଆଗାମୀ ୧୫ ତାରିଖରୁ ଆରମ୍ଭ ହେବାକୁଥିବା ଅନ୍ତର୍ଜାତୀୟ ବିମାନ ସେବା ଉପରେ ପ୍ରତିବନ୍ଧକ ଲଗାଯାଇଛି। ନୂଆ ତାରିଖ ଶୀଘ୍ର ଘୋଷଣା କରାଯିବ। କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ ଯୋଗୁଁ ଏହିଭଳି ନିଷ୍ପତ୍ତି ନିଆଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନଭେମ୍ବର ୨୭ ତାରିଖରେ ଓମିକ୍ରନକୁ ନେଇ ସମୀକ୍ଷା ବୈଠକ କରିଥିଲେ।



Visitors Today : 4
Total Visitors : 130422
Total Views : 9891952
Visitors Online Now : 0