ଭୁବନେଶ୍ୱର: ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଜି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି । ସୂଚନାଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଉପକୂଳ ଓଡ଼ିଶା, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ରାୟଗଡ଼ା ଏବଂ ଓଡ଼ିଶାର ବାକି ଜିଲ୍ଲାମାନଙ୍କର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି । ସେହିପରି, ଗୁରବାର,୧୦ ତାରିଖ ମଧ୍ୟାହ୍ନ ମଧ୍ୟରେ ଉତ୍ତର ଓଡ଼ିଶା ତଥା ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ହାଲୁକା ଏବଂ ମଧ୍ୟମ ବର୍ଷା ବ୍ରଜପାତ ହେବାର ସମ୍ଭାବନା ରହୁଛି । ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, ନୟାଗଡ଼,କୋରପୁଟ, ରାୟଗଡ଼ା,ଜିଲ୍ଲାରେ ବଜ୍ରପାୁତ ହେବାର ସମ୍ଭାବନା ରହିଛି । ଏଥିସହ ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲା ପାଇଁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣି ଜାରି କରିବା ସହ ବର୍ଷା ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ଜନସାଧାରଣଙ୍କୁ ସତର୍କ ସୂଚନା ଜାରି କରାଯାଇଛି । ଆଗାମୀ ସେପ୍ଟେମ୍ବର ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ ।



Visitors Today : 0
Total Visitors : 130169
Total Views : 9891615
Visitors Online Now : 0