spot_img

କରୋନା ନେଲା ଆଉ ଜଣେ ଯୋଦ୍ଧାଙ୍କ ଜୀବନ

ଲକ୍ଷ୍ମୀପୁର: କୋରାପୁଟ ଟାଉନ ଥାନାରେ କାର୍ଯ୍ୟରତ ଆଇଆଇସି ପୀତବାସ ଧାରୁଆଙ୍କର ଆଜି ମୃତ୍ୟୁ ହୋଇଯାଇଛି । ଗତ ୨୦ ଦିନ ତଳେ ସେ କରୋନାରେ ଆକ୍ରାନ୍ତ ହେବା ପରେ କୋରାପୁଟରେ ଚିକିତ୍ସାଧିନ ଥିଲେ । କିଛି ଦିନ ତଳେ ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଆସିଥିଲା । କିନ୍ତୁ ଚାରି ଦିନ ତଳେ ସେ ପୁଣି ଅସୁସ୍ଥତା ଅନୁଭବ କରିବା ପରେ ତାଙ୍କୁ ଭୁବନେଶ୍ୱରକୁ ସ୍ଥାନାନ୍ତର କରାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ହୋଇଛି । ପୋଲିସ ବିଭାଗର ଜଣେ ବରିଷ୍ଠ କରୋନା ଯୋଦ୍ଧାଙ୍କୁ ହରାଇବା ପରେ କୋରାପୁଟ ଜିଲ୍ଲା ପୋଲିସ ବିଭାଗରେ ଶୋକର ଛାୟା ଖେଳିଯାଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular