ନୂଆଦିଲ୍ଳୀ: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଡିପ୍ରେସନରେ ପରିଣତ ହେବା ସହ ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଡ଼କୁ ମୁହାଁଇଛି । ତେବେ ଏହା ଟିକିଏ ଦୁର୍ବଳ ହୋଇପଡ଼ିଥିବାରୁ ଡିପ-ଡିପ୍ରେସନରେ ପରିଣତ ହେବାର ସମ୍ଭାବନା ହ୍ରାସ ପାଇଛି । ତେବେ ଆଜି ମଧ୍ୟାହ୍ଣ ସୁଦ୍ଧା ଏହା ପଶ୍ଚିମବଙ୍ଗର ସାଗର ଦ୍ୱୀପ ଓ ବାଂଲାଦେଶର ଖେପୁପଡ଼ା ଅଞ୍ଚଳ ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବ ।

ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆଇଏମଡି ସୂଚନା ମୁତାବକ ଆଜି ସକାଳ ସାଢେ ୫ଟା ସୁଦ୍ଧା ଏହି ଡିପ୍ରେସନ ପାରାଦୀପଠାରୁ ୨୦୦ କିଲୋମିଟର ପୂର୍ବ-ଉତ୍ତର-ପୂର୍ବ ଦିଗରେ ରହିଥିଲା । ସେପଟେ ପଶ୍ଚିମବଙ୍ଗର ସାଗରଦ୍ୱୀପଠାରୁ ୬୦ କିଲୋମିଟର ଦକ୍ଷିଣ-ପୂର୍ବ ଦିଗରେ ଓ ଖେପୁପଡ଼ାଠାରୁ ୨୧୦ ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମ ଦିଗରେ ରହିଥିଲା । ଏହା ଗତ ୬ ଘଣ୍ଟା ହେଲା ଘଣ୍ଟା ପ୍ରତି ୨୨ କିଲୋମିଟର ବେଗରେ ଗତି କରୁଛି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0