spot_img

ଉତ୍କଳ ବିଶ୍ଵବିଦ୍ୟାଳୟରେ ଗୋଷ୍ଠୀ ସଂଘର୍ଷ ଘଟଣା, ଜଣେ ଆଇନ ଛାତ୍ର ଗିରଫ

ଭୁବନେଶ୍ୱର: ଉତ୍କଳ ବିଶ୍ଵବିଦ୍ୟାଳୟରେ ଗୋଷ୍ଠୀ ସଂଘର୍ଷ ଘଟଣା । ଅଖିଳେସ ଯାଦବ ନାମକ ଜଣେ ଛାତ୍ରକୁ ଗିରଫ କଲା ସହୀଦ ନଗର ଥାନା ପୋଲିସ । ଅଖିଳେସ ଆଇନ ବିଭାଗର ଛାତ୍ର ବୋଲି ସୂଚନା ମିଳିଛି । ବାଣୀବିହାରରେ ଦୁଇ ଛାତ୍ର ଗୋଷ୍ଠୀ ମୁହାଁମୁହିଁ ଘଟଣାରେ ପୂର୍ବରୁ ପୋଲିସ କମିସନରଙ୍କୁ ଭେଟିଥିଲେ କୁଳପତି । ପ୍ରଫେସର ସବିତା ଆଚାର୍ଯ୍ୟ ପୋଲିସ କମିସନରଙ୍କୁ ଭେଟି ବାଣୀବିହାରରେ ଅଶାନ୍ତ ପରିସ୍ଥିତି ବିଷୟରେ ଜଣାଇଥିଲେ । ବାଣୀବିହାର କ୍ୟାମ୍ପସ୍ ଖୋଲୁ ଖୋଲୁ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ । ହଷ୍ଟେଲରେ ନିମ୍ନମାନର ଖାଦ୍ୟ ଓ ବିଭିନ୍ନ ଅବ୍ୟବସ୍ଥାକୁ ନେଇ କିଛି ଛାତ୍ର ବିଶ୍ୱ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଭେଟିବାକୁ ଯାଉଥିଲେ । ଅନ୍ୟ ଏକ ଛାତ୍ର ଗୋଷ୍ଠୀ ଏହାର ପ୍ରତିବାଦ କରିଥିଲେ ଏବଂ ଏହାକୁ ନେଇ ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ସଂଘର୍ଷ ବିବାଦ ଉପୁଜିଥିଲା। ଗଣ୍ଡଗୋଳ ଘଟଣାରେ ଆଜି ଜଣେ ଛାତ୍ରଙ୍କୁ ଗିରଫ କରାଯାଇଛି ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular