spot_img

ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏହାର ପ୍ରଭାବରେ ଆସନ୍ତାକାଲି ଠାରୁ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷ କରି ଉପକୂଳ ଓ ଉତ୍ତର ଓଡିଶାରେ ଅଧିକ ବର୍ଷିବ । ଆଜି ଅନେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ପୁରୀ, ଜଗତସିଂପୁର, କେନ୍ଦ୍ର।ପଡା, ବାଲେଶ୍ୱର, ଭଦ୍ରକ, କଟକ, ଯାଜପୁର, ମୟୂରଭଞ୍ଜ, ଢେଙ୍କାନାଳ, କେନ୍ଦୁଝର,କନ୍ଧମାଳ, ଓ ବୌଦ୍ଧ ଜିଲ୍ଳାର ଗୋଟିଏ କିମ୍ବା ଦୁଇଟି ଜାଗାରେ ପ୍ରବଳ ବର୍ଷା ହୋଇପାରେ । ଆଗାମୀ ତିନି ଦିନ ପୁରୀ, ଖୋର୍ଦ୍ଧା, ସୋନପୁର, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ଝାରସୁଗୁଡା , ବରଗଡ ଆଦି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଲଘୁଚାପ ଯୋଗୁ ୨୫ରୁ ସମୁଦ୍ର ଅଶାନ୍ତ ରହିବ । ତେଣୁ ଏହି ସମୟରେ ମତ୍ସଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ବାରଣ କରାଯାଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular