ଭୁବନେଶ୍ୱର: ଓଡ଼ିଶା ଉପକୂଳକୁ ଲାଗିଥିବା ପଶ୍ଚିମବଙ୍ଗର ଉତ୍ତର- ପଶ୍ଚିମ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆଜି ସକାଳେ ଦୁର୍ବଳ ହୋଇପଡ଼ିଛି। ହେଲେ, ଏହାର ପ୍ରଭାବରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ଦକ୍ଷିଣ ଉପକୂଳ ଓଡ଼ିଶା ଉପରେ ଅବସ୍ଥିତ ରହିଛି ଏବଂ ସମୁଦ୍ର ପତ୍ତନରେ ପାଖାପାଖି ୫.୮ କିଲୋମିଟର ଉଚ୍ଚତାରେ ଦକ୍ଷିଣ- ପଶ୍ଚିମ ଦିଗରେ ବିସ୍ତାରିତ ହୋଇ ରହିଛି।ଅନ୍ୟପକ୍ଷରେ, ଉତ୍ତର ଆଣ୍ଡାମାନ ସାଗର ଏବଂ ବଙ୍ଗୋପସାଗରର ପୂର୍ବ- କେନ୍ଦ୍ରୀୟ ଉପସାଗରରେ ଆସନ୍ତା ଅକ୍ଟୋବର ୯ ତାରଖରେ ଆଉ ଏକ ନୂତନ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଉତ୍ତର- ପଶ୍ଚିମ ଦିଗକୁ ଗତିକରି ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରର ମଧ୍ୟଭାଗରେ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ଅଛି। ଏସବୁର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡିଶାର ଅନେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ସହ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ବହୁତ ଅଧିକ ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଏହି ସମୟ ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ବରଗଡ଼, ବଲାଙ୍ଗୀର, ଝାରସୁଗୁଡା, ସୁନ୍ଦରଗଡ, ବାଲେଶ୍ୱର, ଭଦ୍ରକ ଏବଂ କେନ୍ଦ୍ରାପଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।



Visitors Today : 0
Total Visitors : 130530
Total Views : 9892077
Visitors Online Now : 0