ନୂଆଦିଲ୍ଲୀ: ଲେଫଟନାଣ୍ଟ ଜେନେରାଲ ଚଣ୍ଡୀ ପ୍ରସାଦ ମହାନ୍ତି ଆଜି ଭାରତୀୟ ସ୍ଥଳସେନାର ଉପମୁଖ୍ୟ ଭାବେ ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ରାଷ୍ଟ୍ରୀୟ ଇଣ୍ଡିଆନ ମିଲିଟାରି କଲେଜ, ଡେରାଡୁନ, ନ୍ୟାସନାଲ ଡିଫେନସ ଏକାଡେମି, ଖଡକୱାସଲା ଏବଂ ଇଣ୍ଡିଆନ ମିଲିଟାରି ଏକାଡେମି, ଡେରାଡୁନରୁ ସଫଳତା ପୂର୍ବକ ନିଜର ଶିକ୍ଷା ଓ ତାଲିମ ଶେଷ କଲାପରେ ଲେଫଟନାଣ୍ଟ ଜେନେରାଲ ଚଣ୍ଡୀ ପ୍ରସାଦ ମହାନ୍ତିଙ୍କୁ ୧୨ଜୁନ ୧୯୮୨ରେ ରାଜପୁତ ରେଜିମେଣ୍ଟରେ ନିଯୁକ୍ତ କରାଯାଇଥିଲା। ନିଜର ଦୀର୍ଘ ଚାରି ଦଶନ୍ଧିର କାର୍ୟ୍ୟକାଳ ମଧ୍ୟରେ ଭାରତୀୟ ସ୍ଥଳସେନାର ଜଣେ ଦକ୍ଷ ଜେନେରାଲ ଭାବେ ଅତ୍ୟନ୍ତ ଦାୟିତ୍ୱ ସଂପନ୍ନ ଭାବେ ଦାୟିତ୍ୱ ତୁଲାଇବା ସହ ଦେଶର ଅଖଣ୍ଡତାକୁ ଅକ୍ଷୁର୍ଣ୍ଣ ରଖିବା ପାଇଁ ନିରନ୍ତର ଭାବେ କାର୍ୟ୍ୟ କରି ଆସିଥିଲେ। ସୀମାନ୍ତର ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଜମ୍ମୁ- କଶ୍ମୀରରେ ଏବଂ ପରେ ଉତ୍ତର ପୂର୍ବରେ ଲାଇନ ଅଫ କଣ୍ଟ୍ରୋଲରେ ନିୟୋଜିତ ବାଟାଲିୟନର ବ୍ରିଗେଡ କମାଣ୍ଡର ତାଙ୍କର କାର୍ୟ୍ୟ ଉଲ୍ଲେଖନୀୟ ରହିବା ସହ ଅନ୍ୟମାନଙ୍କ ପାଇଁ ଉହାହାରଣ ହୋଇ ରହିଥିଲା। ଚୀନ୍ ସହ ସୃଷ୍ଟି ହୋଇଥିବା ଡୋକଲାମ ବିବାଦ ପରେ ସିକ୍କିମ୍ ଆଧାରିତ ତ୍ରିଶକ୍ତି କର୍ପସକୁ ନିର୍ଦ୍ଦେଶ ଦେବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ ଲେଫଟନାଣ୍ଟ ଜେନେରାଲ ଚଣ୍ଡୀ ପ୍ରସାଦ ମହାନ୍ତି।



Visitors Today : 4
Total Visitors : 130422
Total Views : 9891952
Visitors Online Now : 0