ନିଶ୍ଚିନ୍ତକୋଇଲି : ମାହାଙ୍ଗା ଡବଲ୍ ମର୍ଡର ଘଟଣା। ଆଉ ଜଣେ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ । ଯାହାକୁ ମିଶାଇ ମୋଟ ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୬କୁ ବୃଦ୍ଧି ପାଇଛି । କଟକରୁ ଅଭିଯୁକ୍ତକୁ ଗିରଫ କରାଯାଇଥିବା ସୂଚନା ରହିଛି । ବିଳମ୍ବିତ ରାତିରେ ସ୍ପେସାଲ ପୋଲିସ ଟିମ୍ ଦ୍ଵାରା ଅଭିଯୁକ୍ତକୁ ଗିରଫ କରାଯାଇଛି।
ସୂଚନାଯୋଗ୍ୟ ଯେ, ଗତ ୨ ତାରିଖରେ ସାଲେପୁର ବିଜେପି ପ୍ରଭାରୀ ତଥା ପୂର୍ବତନ ମାହାଙ୍ଗା ବ୍ଲକ ଅଧ୍ୟକ୍ଷ କୁଳମଣୀ ବରାଳଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏଥିସହ ତାଙ୍କ ସହଯୋଗୀଙ୍କୁ ମଧ୍ୟ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ଗୋଟିଏ ଦିନରେ ୨ଜଣଙ୍କୁ ହତ୍ୟା କରାଯାଇଛି। ଯାହାକୁ ନେଇ ରାଜ୍ୟ ରାଜନୀତି ସରଗରମ ହୋଇଥିଲା । ବିଭିନ୍ନ ସ୍ଥାନରେ ଚଢାଉ କରି ୪ଜଣ ଅଭିଯୁକ୍ତକୁ ଗିରଫ କରିଥିଲା ପୋଲିସ । ସେହିପରି ମଙ୍ଗଳବାର ବିଳମ୍ବିତ ରାତିରେ ପୋଲିସ ନୁର୍ତଙ୍ଗ ଗ୍ରାମରେ ଚଢଉ କରି ଅନ୍ୟତମ ମାଷ୍ଟର ମାଇଣ୍ଡକୁ ମଧ୍ୟ ଗିରଫ କରିସାରିଛି । ଗତକାଲି ବିଳମ୍ବିତ ରାତିରେ ସ୍ପେସାଲ ପୋଲିସ ଟିମ୍ ଚଢାଉ କରି ଆଉ ଜଣେ ଅଭିଯୁକ୍ତକୁ ଗିରଫ କରିଛି । ଯାହାକୁ ମିଶାଇ ମୋଟ ଗିରଫ ସଂଖ୍ୟା ୬ରେ ପହଞ୍ଚିଛି ।



Visitors Today : 0
Total Visitors : 130166
Total Views : 9891611
Visitors Online Now : 0