spot_img

ବିଧାନସଭାରେ ମାସ୍କ ଦୁର୍ନୀତି, ଦୋଷୀ ସାବ୍ୟସ୍ତ ହେଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ

କରୋନା କାଳରେ ମାସ୍କ ଦୁର୍ନୀତି ପ୍ରସଙ୍ଗରେ ବଡ ବୟାନ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ । କୋଭିଡ କିଟ୍ କିଣାରେ ଆସିଥିବା ଦୁର୍ନୀତି ଅଭିଯୋଗ ଲୋକାୟୁକ୍ତଙ୍କ ପାଖରେ ବିଚାରଧୀନ ଅଛି । ତଦନ୍ତ ପରେ ଯିଏ ଦୋଷୀ ସାବ୍ୟସ୍ତ ହେବ ତାଙ୍କ ବିରୋଧରେ କଡା କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ । ମାସ୍କ ଦୁର୍ନୀତି ପ୍ରସଙ୍ଗରେ ଗତକାଲି ସରକାରଙ୍କୁ ବିରୋଧୀ ହଲାପଟା କରିଥିବା ବେଳେ ଆଜି ଗୃହରେ ଉତ୍ତର ରଖିଛନ୍ତି ବିଭାଗୀୟ ମନ୍ତ୍ରୀ । ସେହିଭଳି କରୋନା ମହାମାରୀ ପରିଚାଳନାରେ ସମ୍ପୂର୍ଣ୍ଣ ବିଫଳତା ନେଇ ବିରୋଧୀ ଆଣିଥିବା ମୁଲତବୀ ପ୍ରସ୍ତାବ ଉପରେ ମଧ୍ୟ ଗୃହରେ ବିବୃତି ରଖିଛନ୍ତି ନବ ଦାସ । ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି, ଅନ୍ୟ ରାଜ୍ୟ ତୁଳନାରେ ଓଡିଶାରେ ନିୟନ୍ତ୍ରଣ ଭିତରେ ରହିଛି କରୋନା। ରାଜ୍ୟରେ ମୋଟ ସକ୍ରିୟ ସଂଖ୍ୟା ୩୬ ହଜାରରୁ ଅଧିକ ରହିଛି । ରାଜ୍ୟରେ ୨୯ ହଜାର କରୋନା ରୋଗୀ ଆଇସୋଲେସନରେ ଅଛନ୍ତି, ୭୩୪୮ ରୋଗୀ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଯଦି ସରକାର ବିଫଳ ତେବେ ରୋଗୀ ସୁସ୍ଥ କିପରି ହେଉଛନ୍ତି। ଦେଶରେ ମୃତ୍ୟୁ ହାର ୧.୬୦ ଥିବା ବେଳେ ଓଡ଼ିଶାରେ ୦.୩୮। ଲାକଡାଉନ ଯୋଗୁଁ ସଂକ୍ରମଣ ନିୟନ୍ତ୍ରଣରେ ଥିଲା।କିନ୍ତୁ ପ୍ରବାସୀ ଫେରିବା ପରେ ଏହି ସଂଖ୍ୟା ବଢିଥିଲା। ତେବେ କରୋନାର ମୁକାବିଲା ପାଇଁ ରାଜ୍ୟ ଅନେକ ଗୁଡିଏ ପଦକ୍ଷେପ ଗ୍ରହଣ କରିଛନ୍ତି । ତ୍ରୀସ୍ତରୀୟ କୋଭିଡ ଚିକିତ୍ସା କେନ୍ଦ୍ରର ବ୍ୟବସ୍ଥା କରାଯାଇଥିବା ବେଳେ ଚିକିତ୍ସାର ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି । ଏପରିକି ପ୍ରତିଦିନ ହାରାହାରି ୫୦ ହଜାର ଟେଷ୍ଟିଂ କରାଯାଉଥିବା କହିଛନ୍ତି ନବ ଦାସ ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular