ମୟୂରଭଞ୍ଜ: ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ବିଳମ୍ବିତ ରାତି ୨.୧୩ ମିନିଟ୍ ଭୁମିକମ୍ପ ଅନୁଭୂତ । ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୩.୯ ଥିଲା ବୋଲି ଜାତୀୟ ଭୂକମ୍ପ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବାରିପଦା ସହର ସମେତ ବଡ଼ସାହି, ଖୁଣ୍ଟା, ବେତନଟୀ, ମାଣତ୍ରି ଓ ଉଦଳା ଅଞ୍ଚଳରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଛି। ତୀବ୍ରତା କମ୍ ଥିବାରୁ କେବଳ ଝଟକା ଅନୁଭୂତ ହୋଇଛି । କିନ୍ତୁ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ । ଭୂକମ୍ପ ଝଟକା ଅନୁଭବ ମାତ୍ରେ ଲୋକେ ଭୟଭୀତ ହୋଇ ଘରୁ ବାହାରକୁ ପଳାଇ ଆସିଥିଲେ। କେବଳ ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ନୁହେଁ ଉତ୍ତରାଖଣ୍ଡର ରାଜ୍ୟର କେତେକ ସ୍ଥାନରେ ମଧ୍ୟ ଭୂକମ୍ପ ଝଟକା ଅନୁଭୂତ ହୋଇଥିବା ଜଣାଯାଇଛି।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0