ଜୟପୁର/କୋଟପାଡ଼ : କରୋନା ସଂକ୍ରମିତ ହସ୍ତତନ୍ତ ଓ ବୟନଶିଳ୍ପ ମନ୍ତ୍ରୀ ତଥା କୋଟପାଡ଼ ବିଧାୟକ ପଦ୍ମିନୀ ଦିଆନ ଏବଂ ଜୟପୁର ଉପଜିଲ୍ଲାପାଳ ହେମକାନ୍ତ ସୟଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବା ସୂଚନା ମିଳିଛି। ଉଭୟଙ୍କୁ ଚିକିତ୍ସା ନିମନ୍ତେ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି। ଗତ ୩ ତାରିଖ ଦିନ ମନ୍ତ୍ରୀ ପଦ୍ମିନୀ ଦିଆନଙ୍କ କୋଭିଡ୍ ପରୀକ୍ଷା ରିପୋର୍ଟ ମିଳିଥିବା ବେଳେ ସେ ସଂକ୍ରମିତ ହୋଇଥିବା ସ୍ପଷ୍ଟ ହୋଇଥିଲା। ଏହାପରେ ସେ ନିଜ ଘରେ ଏକାନ୍ତବାସରେ ରହି ଚିକିତ୍ସିତ ହେଉଥିଲେ। ତେବେ ଗତକାଲି ହଠାତ୍ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରେ ଲାଗିଥିଲା। ତେଣୁ ଜୟପୁର ସ୍ଥିତ କୋଭିଡ୍ ହସ୍ପିଟାଲରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ସତ୍ତ୍ବେ ସ୍ବାସ୍ଥ୍ୟାବସ୍ଥାରେ ବିଶେଷ ଉନ୍ନତି ପରିଲକ୍ଷିତ ନ ହେବାରୁ ଆଜି ତାଙ୍କୁ ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ସ୍ଥାନାନ୍ତର କରାଯାଇଥିଲା। ଭୁବନେଶ୍ବର ସମ୍ ହସପିଟାଲରେ ତାଙ୍କର ଚିକିତ୍ସା ଚାଲିଥିବା ଖବର ମିଳିଛି। ସେହିପରି ଜୟପୁର ଉପଜିଲ୍ଲାପାଳ ହେମକାନ୍ତ ସୟ ମଧ୍ୟ ଗତ ସପ୍ତାହରେ କରେନା ସଂକ୍ରମିତ ହୋଇଥିଲେ। ତେଣୁ ଘରେ ଏକାନ୍ତବାସରେ ରହି ଚିକିତ୍ସିତ ହେଉଥିଲେ। ଆଜି ସୁଦ୍ଧା ଜ୍ବର କମି ନଥିଲା ଏବଂ ଅନ୍ୟାନ୍ୟ ସ୍ବାସ୍ଥ୍ୟଗତ ସମସ୍ୟା ହେବାରୁ ଜୟପୁର କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସ୍ବାସ୍ଥ୍ୟାବସ୍ଥାରେ ଅବନତି ଦେଖା ଦେବାରୁ ତୁରନ୍ତ ବ୍ରହ୍ମପୁର ଏମ୍କେସିଜି ମେଡିକାଲ କଲେଜକୁ ପଠାଯାଇଥିଲା। ସେଠାରୁ ପରବର୍ତ୍ତୀ ସମୟରେ ଅଧିକ ଚିକିତ୍ସା ପାଇଁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଥିଲା।



Visitors Today : 3
Total Visitors : 130426
Total Views : 9891957
Visitors Online Now : 0