ସକାଳ ସାଢ଼େ ୯ଟାରେ ରାମକୃଷ୍ଣ ପଟ୍ଟନାୟକଙ୍କ ଭୁବନେଶ୍ବରରେ ପରଲୋକ ହୋଇଯାଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ରାମକୃଷ୍ଣ ପଟ୍ଟନାୟକଙ୍କ ପରଲୋକ ହୋଇଛି । ଏନେଇ ତାଙ୍କ ଝିଅ ଅନୀତା ଶୁଭଦର୍ଶିନୀ ସୂଚନା ଦେଇଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ସେ ଅର୍ଥ ଓ ଗ୍ରାମ୍ୟ ଉନ୍ନୟନ ଭଳି ବହୁ ଗୁରୁତ୍ବପୂର୍ଣ୍ଣ ବିଭାଗର ମନ୍ତ୍ରୀ ଥିଲେ। ତେବେ ଶେଷ ଭାଗରେ ରାମକୃଷ୍ଣ ପଟ୍ଟନାୟକ ବିଜେପିରେ ଯୋଗ ଦେଇଥିଲେ । ଅଗଷ୍ଟ ୧୫ ତାରିଖ ୧୯୪୦ ମସିହାରେ ଜନ୍ମଲାଭ କରିଥିବା ବରିଷ୍ଠ ରାଜନେତା ରାମକୃଷ୍ଣ ପଟ୍ଟନାୟକ ୧୯୭୭, ୧୯୮୦, ୧୯୯୦, ୧୯୯୫ ଓ ୨୦୦୦ ମସିହାରେ ଗଞ୍ଜାମ ଜିଲ୍ଲା କୋଦଳା ନିର୍ବାଚନ ମଣ୍ଡଳୀରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ୧୯୯୦-୯୫ ତତ୍କାଳୀନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳର ସଦସ୍ୟ ଥିଲେ। ଏହାପରେ ୨୦୦୦ ମସିହାରେ ନବୀନ ପଟ୍ଟନାୟକଙ୍କ ନେତୃତ୍ବାଧୀନ ସରକାରରେ ଅର୍ଥମନ୍ତ୍ରୀ ହୋଇଥିଲେ। ପରଲୋକଗତ ଆତ୍ମାର ସଦ୍ଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।



Visitors Today : 0
Total Visitors : 130166
Total Views : 9891611
Visitors Online Now : 0