spot_img

କରୋନାରେ ଟିଏମସି ବିଧାୟକ ସମରେଶ ଦାସଙ୍କ ପରଲୋକ

କୋଲକାତା: ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ ବିଧାୟକ ସମରେଶ ଦାସ କରୋନାରେ ମୃତ୍ୟୁ ବରଣ କରିଛନ୍ତି । ଜୁଲାଇ ୧୮ ତାରିଖରେ ସେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ । ଫଳରେ ତାଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଜୁଲାଇ ୨୫ରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଅତ୍ୟଧିକ ଖରାପ ହେବାରୁ ତାଙ୍କୁ ଏକ ଘରୋଇ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ସେ ଭେଣ୍ଟିଲେଟର ଥିଲେ । ମାତ୍ର ସୋମବାର ସକାଳେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା । ସୂଚନା ମୁତାବକ, ପଶ୍ଚିମବଙ୍ଗରେ ଏ ପର୍ଯ୍ୟନ୍ତ କରୋନାରେ ୨,୪୨୮ଜଣ ପ୍ରାଣ ହରାଇଛନ୍ତି । ଏମାନଙ୍କ ମଧ୍ୟରେ ବିଧାୟକ ସମରେଶ ଦାସଙ୍କୁ ମିଶାଇ ୨ଜଣ ବିଧାୟକଙ୍କର ମଧ୍ୟ କରୋନାରେ ମୃତ୍ୟୁ ହୋଇଛି । ପୂର୍ବରୁ ବିଧାୟକ ତମୋନଶ ଘୋଷଙ୍କର ମୃତ୍ୟୁ ହୋଇଥିଲା ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular