ନୂଆଦିଲ୍ଲୀ: ଦେଶରେ ହୁ ହୁ ହୋଇ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଦିନକରେ ସର୍ବାଧିକ ୯୦,୬୩୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହିତ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧ ଲକ୍ଷ ଟପି ଯାଇଛି । ଦେଶରେ ୪୧,୧୩,୮୧୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥବା ବେଳେ ସେମାନଙ୍କ ମଧ୍ୟରୁ ୩୧,୮୦,୮୬୬ ଜଣ ସୁସ୍ଥ ହୋଇସାରିଲେଣି । ସେପଟେ କରୋନାରେ ୨୪ ଘଣ୍ଟାରେ ଆଉ ୧୦୬୫ ଜଣ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କରୋନା ଜନିତ ମୃତୁ୍ୟ ସଂଖ୍ୟା ୭୦,୬୨୬ରେ ପହଞ୍ଚି ଯାଇଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0