ଆନନ୍ଦପୁର: ଆନନ୍ଦପୁର ହାଟଡିହି ବ୍ଲକ ଅଣା-ସମଣା ରାସ୍ତାର ଡଙ୍କୁରୀ ଛକ ନିକଟରେ ଦୁର୍ଘଟଣା । ଦୁର୍ଘଟଣା ଘଟାଇ ପରେ ଘଟଣାସ୍ଥଳରୁ ଟ୍ରକ ସହ ଡ୍ରାଇଭର ଫେରାର ହୋଇଯାଇଛି। ଟ୍ରକ ଧକ୍କାରେ ବାଇକ ଆରୋହୀ ମୃତ ଏବଂ ୨ ଆହତ। ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ ଦ୍ରୁତଗତିରେ ଆସୁଥିବା ଏକ ଧାନ ବୋଝେଇ ଟ୍ରକ ବାଇକକୁ ଧକ୍କା ଦେଇଥିଲା।
ଏହି ଦୁର୍ଘଟଣାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ବାଇକ ଆରୋହୀ ଆହତ ହୋଇଛନ୍ତି। ମୃତକ ହେଲେ ପଶ୍ଚିମବଙ୍ଗର ହାସନ ସେଖ୍। ଏଠାରେ ରହି ସେ ରାଜମିସ୍ତ୍ର କାମ କରନ୍ତି। ଆହତ ଯୁବକଙ୍କ ୧୦୮ ଆମ୍ବୁଲାନ୍ସ ଯୋଗେ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ଦେଖିବାକୁ ମିଳିଛି।



Visitors Today : 1
Total Visitors : 130301
Total Views : 9891804
Visitors Online Now : 0