spot_img

କରୋନା ମୁକାବିଲା ନେଇ ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ: ବର୍ତ୍ତମାନ ସମୟର କୋଭିଡ୍ ପରିସ୍ଥିତିର ସମୀକ୍ଷା କରିବା ପାଇଁ ଶୁକ୍ରବାର ସର୍ବଦଳୀୟ ବୈଠକ ଡାକିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବୌଠକରେ ଦେଶରେ କରୋନା ସ୍ଥିତିର ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦେଶରେ କରୋନା ମହାମାରୀର ସ୍ଥିତି ଓ କରୋନା ଭାକସିନ୍ ବିଷୟରେ ଆଲୋଚନା କରାଯିବ । ତେବେ ଦେଶରେ କରୋନା ଗ୍ରାଫ୍ ଦିନକୁ ଦିନ ଖସୁଛି । ତେବେ ଏହାକୁ ନେଇ ଆଗାମୀ କାର୍ୟ୍ୟପନ୍ଥା ସ୍ଥିର କରିପାରନ୍ତି ପ୍ରଧାନମନ୍ତ୍ରୀ । ଦେଶରେ ଏବେ ବି ଅନେକ ସେକ୍ଟର ବନ୍ଦ ରହିଛି । ଅନେକ ଧର୍ମାନୁଷ୍ଠାନ ମଧ୍ୟ ସର୍ବସାଧାରଣଙ୍କ ପାଇଁ ଖୋଲା ଯାଇନାହିଁ । ଏବେ ସଂକ୍ରମଣକୁ ଦୃଷ୍ଟିରେ ରଖି ସ୍କୁଲ ଏବଂ କଲେଜ ଖୋଲିବା ନେଇ ନିଷ୍ପତ୍ତି ନିଆଯାଇପାରେ । ଭିଡିଓ କନଫରେନ୍ସିଂ ଜରିଆରେ ଏହା ଅନୁଷ୍ଠିତ ହୋଇଛି । ବୈଠକରେ ପ୍ରଧାନମନ୍ତ୍ରୀଙ୍କ ବ୍ୟତୀତ ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବର୍ଧନ ଉପସ୍ଥିତ ରହିବେ । ଏହାସହ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଓ ରାଜ୍ୟମନ୍ତ୍ରୀ ଅର୍ଜୁନ ରାମ ମେଘଓ୍ୱାଲ ଉପସ୍ଥିତ ରହିଛନ୍ତି।

 

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular