ନୂଆଦିଲ୍ଲୀ: ଦେଶରେ ଦୈନିକ ସଂକ୍ରମଣ କମୁଛି । ଗତ ୨୪ ଘଣ୍ଟାରେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧ଲକ୍ଷ ୪୦ ହଜାର ୫୭୩ କୁ ବୃଦ୍ଧି ପାଇଛି । ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୯୬ ଲକ୍ଷ ୭୭ ହଜାର ୨୦୩ । ଗତ ୨୪ ଘଣ୍ଟାରେ ୩୨ ହଜାର ୯୮୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଦିନକରେ ୩୯୧ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି । ଆଶ୍ୱାସନାର ବିଷୟ ଦେଶରେ ବର୍ତ୍ତମାନ ସୁଦ୍ଧା ସୁସ୍ଥ ହୋଇସାରିଲେଣି ୯୧ ଲକ୍ଷ ୩୯ ହଜାର ୯୦୧ । ସେପଟେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩ ଲକ୍ଷ ୯୬ ହଜାର ୭୨୯ ରହିଛି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0