spot_img

ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ନବୀନ ପଟ୍ଟନାୟକ

ବଲାଙ୍ଗୀର ରେ ଅଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ବଲାଙ୍ଗୀର ଜିଲ୍ଲାବାସୀଙ୍କୁ ସ୍ମାର୍ଟ ହେଲଥ କାର୍ଡ ପ୍ରଦାନ କରିଛନ୍ତି ନବୀନ | ଟିଟିଲାଗଡରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ | ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ୩ କୋଟି ଲୋକ ଏହି କାର୍ଡରେ ସୁବିଧା ପାଇବେ । ରାଜ୍ୟ ଓ ଦେଶ ବାହାରର ପ୍ରାୟ ୨୦୦ରୁ ଅଧିକ ଘରୋଇ ହସ୍ପିଟାଲରେ ଉନ୍ନତମାନର ଚିକିତ୍ସା ପାଇପାରିବେ ଏହି ସ୍ମାର୍ଟ କାର୍ଡର ହିତାଧିକାରୀ । ଏଭଳି ସୁବିଧା ଦେବାରେ ସାରା ଦେଶରେ ଓଡ଼ିଶା ପ୍ରଥମ । ଦେଶର ସ୍ୱାସ୍ଥ୍ୟକ୍ଷେତ୍ରରେ ଏହା ଏକ ଐତିହାସିକ ପଦକ୍ଷେପ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟ ସରକାରଙ୍କ ରାସନ କାର୍ଡ ପାଇଥିବା ହିତାଧିକାରୀ, ସ୍ୱଳ୍ପ ଆୟ ଥିବା ବ୍ୟକ୍ତି ଏହି ସ୍ମାର୍ଟ ହେଲଥ କାର୍ଡର ସୁବିଧା ପାଇପାରିବେ । ଏହି କାର୍ଡ ଜରିଆରେ ସମ୍ପୂର୍ଣ୍ଣ କ୍ୟାସଲେସ ଭାବେ ହିତାଧିକାରୀଙ୍କୁ ଚିକିତ୍ସା ସୁବିଧା ମିଳିବ ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular