ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୬୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୬୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୯୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୦ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୧ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୬ ଜଣ, ବାଲେଶ୍ୱରରୁ ୧୧ ଜଣ, ବରଗଡ଼ରୁ ୪ ଜଣ, ଭଦ୍ରକରୁ ୧୬ ଜଣ, ବଲାଙ୍ଗୀରରୁ ୨ ଜଣ, କଟକରୁ ୩୦ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୩୧ ଜଣ, ଯାଜପୁରରୁ ୨୮ ଜଣ, ଝାରସୁଗୁଡ଼ାରୁ ୪ ଜଣ, କଳାହାଣ୍ଡିରୁ ୨ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୧୦ ଜଣ, କେଉଁଝରରୁ ୧ ଜଣ, ଖୋର୍ଦ୍ଧାରୁ ୨୦୧ ଜଣ, ମୟୁରଭଞ୍ଜରୁ ୧୩ ଜଣ, ନୟାଗଡ଼ରୁ ୫ ଜଣ, ପୁରୀରୁ ୧୩ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ୱଲପୁରରୁ ୧୨ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୬ ଜଣ ଓ ଷ୍ଟେଟ ପୁଲରୁ ୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୨୧, ୨୧୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦,୦୭,୬୬୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୩୫୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।



Visitors Today : 0
Total Visitors : 130423
Total Views : 9891953
Visitors Online Now : 0