spot_img

ରାଜ୍ୟରେ ୨୯ ହଜାର ଟପିଲା ଆକ୍ରାନ୍ତ ସଂଖ୍ୟା, ଆଜି ୧୦୬୮ ନୂଆ ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ଆଜି ରାଜ୍ୟର ୨୮ ଜିଲ୍ଲାରୁ ୧୦୬୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୬୬୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୪୦୬ ସ୍ଥାନୀୟ ସଂକ୍ରମଣ ରହିଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯ହଜାର ୧୭୫ରେ ପହଞ୍ଚି ଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୦ଜଣ, ବାଲେଶ୍ୱର ଜିଲ୍ଲାରୁ ୨୯ଜଣ, ବରଗଡ ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୬ଜଣ, କଟକ ଜିଲ୍ଲାରୁ ୬୧ଜଣ, ଦେଓଗଡ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୮୮ଜଣ, ଗଞ୍ଜାମ ଜିଲ୍ଲାରୁ ୨୪୫ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୧୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨ଜଣ, କଳାହାଣ୍ଡି ଜିଲ୍ଲାରୁ ୧୯ଜଣ, କନ୍ଧମାଳ ଜିଲ୍ଲାରୁ ୧୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୯୪ଜଣ, କୋରାପୁଟ ଜିଲ୍ଲାରୁ ୬୬ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୬ଜଣ, ନୟାଗଡ ଜିଲ୍ଲାରୁ ୨୯ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୧୬ଜଣ, ରାୟଗଡ଼ା ଜିଲ୍ଲାରୁ ୨୪ଜଣ, ସମ୍ବଲପୁର ଜିଲ୍ଲାରୁ ୨୧ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୧୨ଜଣ ରହିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular