ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୪ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୫ ଶହରୁ କମ୍ ରହିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୪,୬୫୮ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୪୯୬ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୨୬,୦୩,୧୮୮ ଓ ମୃତ୍ୟୁସଂଖ୍ୟା ୪,୩୬,୮୬୧ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୨,୯୮୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୧୮,୨୧,୪୨୮ରେ ପହଞ୍ଚିଛି। ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୪୪,୮୯୯।କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୬୧,୨୨,୦୮,୫୪୨ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅଗଷ୍ଟ ୨୬ ତାରିଖ ସୁଦ୍ଧା ସମୁଦାୟ ୫୧,୪୯,୫୪,୩୦୯ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୮,୨୪,୯୩୧ଟି ନମୁନା।



Visitors Today : 1
Total Visitors : 130423
Total Views : 9891953
Visitors Online Now : 0