spot_img

ଦେଶରେ ୪୭,୭୦୩ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ଉଦବେଗ ଜନକ ଭାବେ ବଢିବାରେ ଲାଗିଛି କରୋନା ପଜିଟିଭଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୪୭,୭୦୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତକୁ ମିଶାଇ ଦେଶର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪,୮୩,୧୫୬ରେ ପହଞ୍ଚି ଯାଇଛି । ସେମାନଙ୍କ ମଧ୍ୟରୁ ୪,୯୬,୯୮୮ ସକ୍ରିୟ ଆକ୍ରାନ୍ତ ରହିଥିବା ବେଳେ .୫୨,୭୪୩ ଜଣ ସୁସ୍ଥ ହୋଇଛନ୍ତି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ୬୫୪ ଜଣଙ୍କର ମୃତ୍ୟୁ ଘଟିଥିବା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଦେଶରେ ଗତ ଏକ ସପ୍ତାହ ମଧ୍ୟରେ ପ୍ରତିଦିନ ୪୦ ହଜାରରୁ ଉଦ୍ଧ୍ୱର୍ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ସାରା ବିଶ୍ୱରେ କରୋନା ଦ୍ୱାରା ପ୍ରଭାବିତ ଦେଶଗୁଡିକ ମଧ୍ୟରେ ଭାରତ ତୃତୀୟ ସ୍ଥାନରେ ରହିଥିବା ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular