ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ତଥା ବିଶିଷ୍ଟ ରାଜନୀତିଜ୍ଞ, ସାହିତ୍ୟିକ ଓ ସ୍ତମ୍ଭକାର ଶରତ କୁମାର କରଙ୍କ ଆଜି ୮୧ ବର୍ଷ ବୟସରେ ପରଲୋକ ହୋଇଛି। ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଶ୍ରୀ କର ଗତ କିଛି ଦିନ ଧରି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଆଜି ଅପରାହ୍ନ ପ୍ରାୟ ୩ଟା ୨୦ ମିନିଟରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଚ୍ଛାୟା ଖେଳି ଯାଇଛି। ୧୯୩୯ ମସିହା ସେପ୍ଟେମ୍ବର ୫ ତାରିଖରେ କଟକ ଜିଲ୍ଲାର ଚାଇଁପାଳର ଅଡମ ମହେଶପୂର ଗାଁରେ ଜନ୍ମ ଗ୍ରହଣ କରିଥିଲେ। ୧୯୬୪ ମସିହାରେ ସେ ଆହ୍ଲାବାଦ ବିଶ୍ୱବିଦ୍ୟାଳୟରୁ ଶିକ୍ଷା ସମାପ୍ତ କରି ରାଜନୀତିରେ ପାଦ ଥାପିଥିଲେ। ଓଡ଼ିଶା ବିଧାନସଭାକୁ ୩ ଥର ନିର୍ବାଚିତ ହୋଇଥିବା ବେଳେ ୧୯୭୧ ମସିହାରେ ବିଶ୍ୱନାଥ ଦାସଙ୍କ ମନ୍ତ୍ରିମଣ୍ଡଳରେ ଶିକ୍ଷା ଓ ସଂସ୍କୃତି ମନ୍ତ୍ରୀ ଥିଲେ। ୧୯୭୭ ମସିହାରେ ଜନତା ପାର୍ଟି ଟିକେଟରେ କଟକ ଲୋକସଭା ଆସନରୁ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କୁ ପରାଜିତ କରି ସଂସଦକୁ ନିର୍ବାଚିତ ହୋଇଥିଲେ। ସେ ୨୦୦୦ରୁ ୨୦୦୪ ଯାଏ ଓଡ଼ିଶା ବିଧାନସଭାର ବାଚସ୍ପତି ଥିଲେ। ସେ ତାଙ୍କ ଜୀବନ ଦଶାରେ ଅନେକ ପୁସ୍ତକ ରଚନା କରିଛନ୍ତି।



Visitors Today : 1
Total Visitors : 130303
Total Views : 9891806
Visitors Online Now : 0