ଭୁବନେଶ୍ୱର: ଆଗାମୀ ୩ ଦିନ ରାଜ୍ୟରେ ପୁଣି ବଢିବ ଶୀତ। ଆଗାମୀ ୨୪ ଘଂଟା ପାଇଁ ୫ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।ସୂଚନା ଅନୁସାରେ, ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ ଓ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଯାଇଛି। ୧୧ଟି ଜିଲ୍ଲା ପାଇଁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। କୋରାପୁଟ, କଳାହାଣ୍ଡି,ନୂଆପଡ଼ା, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, କଟକ, ଢ଼େଙ୍କାନାଳ, କେନ୍ଦୁଝର, ବାଲେଶ୍ୱର ଓ ଦେବଗଡ଼। ପାଣିପାଗ ବିଭାଗର ସୂଚନା ଅନୁସାରେ ଆସନ୍ତା ୩ଦିନ ପାଇଁ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଶୀତ ଅନୁଭୂତ ହେବ। ଉପକୂଳବର୍ତୀ ଜିଲ୍ଲାଗୁଡିକରେ ମଧ୍ୟ ରାତି ସମୟରେ ୩ରୁ ୪ ଡିଗ୍ରୀ ପର୍ୟ୍ୟନ୍ତ ପାରଦ କମିବା ସମ୍ଭାବନା ରହିଛି ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0