spot_img

ରାଜ୍ୟରେ ବିଭିନ୍ନ ସ୍ଥାନରେ ୟେଲୋ ୱାଂର୍ଣ୍ଣି ଜାରି

ଭୁବନେଶ୍ୱର: ଲଗୁଚାପ ମୌସୁମୀ ଟ୍ରଫକୁ ଉତ୍ତରରୁ ଦକ୍ଷିଣ ମୁହାଁ କରିଛି । ଏବେ ମୌସୁମୀ ଟ୍ରାଫ ଲାଇନ ଗଙ୍ଗାନଗର, ଗୋଣ୍ଡା, ଅଜମଗଡ, ଗୟା, ଜାମସେଦପୁର, ଦୀଘା, ଦେଇ ଉତ୍ତର-ପୂର୍ବ ବଙ୍ଗୋପସାଗର ଯାଏ ଲମ୍ବିଛି । ଫଳରେ ରାଜ୍ୟରେ ମୌସୁମୀ ସକ୍ରିୟ ହେବା ସହ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ଓଡିଶାର ପ୍ରାୟ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ଓ ବୌଦ୍ଧ ଆଦି ଜିଲ୍ଲାରେ ଗୋଟିଏ କି ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ତେଣୁ ଏହି ସବୁ ରାଜ୍ୟରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ, କେନ୍ଦୁଝର ଓ କଟକ ଜିଲ୍ଲାରେ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ୟେଲୋ ୱାଂର୍ଣ୍ଣି ଜାରି କରାଯାଇଛି । ୫ ତାରିଖରେ ରାଜ୍ୟର ପ୍ରାୟ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ବେଳେ ବରଗଡ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ, ଓ ସୋନପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାଗୁଡିକୁ ଅରେଞ୍ଜ ୱାଂର୍ଣ୍ଣି ଜାରି କରାଯାଇଛି । ସେହିପରି ୬ ତାରିଖରେ ଆଭ୍ୟନ୍ତରୀଣ ଓ ଉପକୂଳବର୍ତ୍ତୀ ଜିଲ୍ଲାଗୁଡିକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସୁନ୍ଦରଗଡ, କେନ୍ଦୁଝର ଓ ନବରଙ୍ଗପୁର ଜିଲ୍ଲାଗୁଡିକରେ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ମତ୍ସଜୀବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular