ଭୁବନେଶ୍ବର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୫୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୦୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ ଜଣଙ୍କ ସୁନ୍ଦରଗଡ ଜିଲ୍ଲାର ୭୪ ବର୍ଷୀୟା ମହିଳା ବୋଲି ଜଣାପଡିଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୪୩୦୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୮୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୩୦୯୬୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୫୪୮୪୨୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।



Visitors Today : 0
Total Visitors : 130166
Total Views : 9891611
Visitors Online Now : 0