spot_img

ରାଜ୍ୟରେ ଜଣେ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବରରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୮୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ବଲାଙ୍ଗୀର ଜିଲ୍ଲାର । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୧୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୬୯୨୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୨୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୪୩୩୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୯୧୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୮୨୫୫୦୮୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular