ମାଲକାନଗିରି: ମାଲକାନଗିରିରେ ପୁଣି ଏନକାଉଣ୍ଟର । ଏସଓଜି ଯବାନ ଓ ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଛି । ମାଲକାନଗିରି ଜିଲ୍ଲା ମାଡ଼କାପଦର ଜଙ୍ଗଲରେ ଏହି ଗୁଳିବିନିମୟ ହୋଇଛି । ତେବେ ଯବାନଙ୍କ ଗୁଳିରେ ଜଣେ ମାଓବାଦୀ ନିହତ ହୋଇଥିବା ମଧ୍ୟ ସୂଚନା ମିଳିଛି । ତେବେ ସୂଚନାନୁଯାୟୀ, ମାଲକାନଗିରି ଜିଲ୍ଲା ମାଡ଼କାପଦର ଜଙ୍ଗଲରେ ଏସଓଜି ଯବାନମାନେ କୁମ୍ବିଂ ଅପରେନସନ କରୁଥିଲେ । ତେବେ ହଠାତ ଜଙ୍ଗଲରେ ସୁରକ୍ଷାକର୍ମୀଙ୍କୁ ଦେଖି ମାଓବାଦୀମାନେ ଗୁଳିଚାଳନା ଆରମ୍ଭ କରିଥିଲେ। କିନ୍ତୁ ସୁରକ୍ଷାକର୍ମୀ ମାଓବାଦୀଙ୍କୁ ଗୁଳିମାଡ଼ ଦୃଢ ଜବାବ ଦେଇଥିଲେ । କିଛି ସମୟ ଧରି ଉଭୟଙ୍କ ମଧ୍ୟରେ ଗୁଳିବିନିମମୟ ଜାରି ରହିଥିଲା । ତେବେ ଯବାନଙ୍କ ଗୁଳିରେ ଜଣେ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0